suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ନଭେମ୍ବର ୩ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

3/11/2020 at 7:13 AM

ମେଷ – ସକାଳୁ ସକାଳୁ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ । ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ । ଭ୍ରମଣ ରାଜନୀତି,ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ସାଧାରଣ କଥାକୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ ହୋଇପାରେ । ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ପୂର୍ବର କଳହକୁ କେନ୍ଦ୍ର କରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ବିଳମ୍ବରେ କାମ ଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋପାରନ୍ତି । ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସୀ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି । ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶିବାର ସୁଯୋଗ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆଜିର କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତି ବାତାବରଣ ମୁଖ୍ୟ କାରଣ ହୋଇପାରେ । ଆକସ୍ମିକ ଭାବେ ବସ୍ତ୍ରଭୂଷଣ, ଅର୍ଥ ଓ ସମ୍ମାନ ଲାଭ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ପାରିବାରିକ ଅଶାନ୍ତିର ସମାପ୍ତ ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ଞ୍ଜ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts