scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଡିସେମ୍ବର ୦୧ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

1/12/2020 at 7:13 AM

ମେଷ – ମଙ୍ଗଳବାର ଆପଣଙ୍କ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ୱାସ୍ଥ୍ୟ ଉନ୍ନତି ସ୍ଥିତିରେ ରହିବ । ଅସାଧ୍ୟ ସାଧନ କରିବା ସହ ସହକର୍ମୀଙ୍କ ସହାୟତାରେ ସିଦ୍ଧିଲାଭ ଅବଶ୍ୟ ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ଆଜି ଘରେ ହେଉ ବାହାରେ ସବୁଠି ଅନ୍ୟମାନଙ୍କ ଠାରୁ ପ୍ରଶଂସା ପାଇବେ । ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ମିଥୁନ – ଆପଣ ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ପରିବହନରେ, ସଭା ସମିତିରେ ସଫଳତା ଲାଭ କରିବେ। ସାଧାରଣ କତାରେ ଯୁକ୍ତିତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।   

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।                                                                                                                                           କର୍କଟ – ଭାବପ୍ରବଣତା ବୃଦ୍ଧି ପାଇବା ହେତୁ ସୁଯୋଗ ହାରଛଡା କରିବେ । ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ମଙ୍ଗଳବାର ପ୍ରତ୍ୟେକ କାମ ସମସ୍ୟା ଭିତରେ ହିଁ ସମ୍ପନ୍ନ ହେବ । କୌଣସି ସ୍ଥାନକୁ ଯିବା ସମୟରେ ନିଜର ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଅଫିସରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ନିକଟସ୍ଥ ବ୍ୟକ୍ତିମାନଙ୍କୁ ବିଶ୍ୱାସ କରି ଠକାମିରେ ପଡିପାରନ୍ତି । ଷ୍ଟେସନେରି ଜିନିଷ, ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଆଜି ଛୋଟ କଥାକୁ କେନ୍ଦ୍ର କରି ଘରେ ସାଧାରଣ କଥାରେ ଝଗଡା ହେବାର ଆଶଙ୍କା ରହିଛି । ଯାତ୍ରା ସମୟରେ ଯାନବାହନରେ ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – କଳୁଷିତ ଚିନ୍ତାଧାରା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ଅନ୍ୟମାନଙ୍କ ବିଷୟ ଚିନ୍ତା କରି ନିକ ପ୍ରତି ଅବହେଳା କରିପାରନ୍ତି । ମନ ଭୁଲାଣିଆ କଥା କରି ପାରିବାରିକ ସମସ୍ୟା ସୁଧାରି ନେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ – ପ୍ରତ୍ୟେକ କର୍ମ ସମ୍ପର୍କିତ ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ । ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍ ସମ୍ପର୍କୀୟ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଆଜିର ପ୍ରତ୍ୟୁଷ ଯାତ୍ରା,ସ୍ତ୍ରୀ ସମ୍ପର୍କ, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପ୍ରଦାନ କରିବେ । ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ  – ବିଭିନ୍ନ ସମସ୍ୟା କାରଣରୁ ମନରେ ସରସତା ରହିବ ନାହିଁ । ଦୁଃସାହସିକ କାର୍ଯ୍ୟରେ ଶୁଭଫଳ ଅବଶ୍ୟ ପାଇବେ । ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ – ଆଜିର ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ ଏବଂ ନୂତନ ଯୋଜନା କରିବାରେ ମନ ଦେବେ । କିନ୍ତୁ  ଈର୍ଷାପର ନିକଟ ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ଯିବାରେ ଲାଗି ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts