ନଭେମ୍ବର ୧୯ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 19, 2021 IST

ମେଷ–ପ୍ରତ୍ୟେକ କାର୍ଯ୍ୟ ତ୍ୱରାନ୍ୱିତ ହେବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନ ଲାଭ ହୋଇପାରେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭଅଙ୍କ ୨ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ– ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ, ପ୍ରେମୀ ଓ ବୁଦ୍ଧିମାନ୍‌ ଏବଂ କୃଷି କର୍ମକାରୀ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଜଳସଞ୍ଚୟ କରନ୍ତୁ ।

ମିଥୁନ – ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇମାନଙ୍କ ଠାରୁ ଆଦର ଭକ୍ତିମିଳିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜଳସଞ୍ଚୟକରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ–ପରମ ସୌଭାଗ୍ୟଶାଳୀ ହେବେ । ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନ ମିଳିପାରେ । ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଚାଷୀ- ସାଙ୍ଗରେ ପାଣିନେଇ ବାହାରନ୍ତୁ ।

ସିଂହ –ସର୍ବଶକ୍ତିମାନ୍‌ ହୋଇପାରନ୍ତି ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନ ପ୍ରାପ୍ତ ଓ ଐଶ୍ୱର୍ଯ୍ୟଯୁକ୍ତ ହେବେ । ଧନ ସମ୍ପଦ ଭରପୂର ରହିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା–ଚଞ୍ଚଳମନା ଓ ସ୍ନେହବୋଳା କଥା କହି ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।

ତୁଳା–ଶୁଭଯୋଗ ଅଛି । ସୁସ୍ଥ ଓ ନୀରୋଗ ଶରୀର ଯୁକ୍ତଏବଂ ଯଶସ୍ୱୀ ହେବେ ।ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ପାଇଁ ଅସୁବିଧାରେ ପଡିପାରନ୍ତି ।ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭର ସୂଚନା ମିଳୁଛି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ମାଟିରେଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗାକରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।

ବିଛା–କର୍ତ୍ତବ୍ୟନିଷ୍ଠ ଓ ଦୟାଳୁ ସ୍ୱଭାବର ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନରହିବ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ନିଜ ପରିବାର ପ୍ରତି ସ୍ନେହଭାବ ରହିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ- ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ଧନୁ –ଜନମଙ୍ଗଳ ପାଇଁ ଉଦ୍ୟମ ଜାରି ରଖିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ ।ସାହସୀ, ସମ୍ପତ୍ତିବାନ୍‌ ଓ ଉଦ୍ୟୋଗୀ ହେବେ । ଶୁଭରଙ୍ଗ ଲାଇଟ୍‌ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ- ଜଳସଞ୍ଚୟ କରନ୍ତୁ ।

ମକର– ସମ୍ମାନିତ ଓ ଖର୍ଚ୍ଚାନ୍ତ ହୋଇପାରନ୍ତି । ପରିସ୍ଥିତିରେ ପଡି ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଗାଡି ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପଡିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ମାନସିକଶାନ୍ତି ପାଇବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ଅସାଧ୍ୟ ସାଧନ କରି ପାରନ୍ତି । ଆନନ୍ଦ ଉତ୍ସବ ଲାଗି ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତକରିବେ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ଯୋଗାଯୋଗ ଶୁଭଦାୟକ ହେବ । ଭାଇମାନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ରହିବ ।ବଳିଷ୍ଠ ଓ ଶତ୍ରୁହନ୍ତା ଏବଂ ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇ ସମ୍ମାନିତ ହେବେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.