News7 Logo

ସମୁଦ୍ରରେ ସ୍ନାନ ବେଳେ ବୁଡ଼ିଗଲେ ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

NEWS7
Puri

ପୁରୀ ୩: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରିବା ସମୟରେ ବୁଡ଼ିଗଲେ ପର୍ଯ୍ୟଟକ । ଉଚ୍ଚ ଲହଡି ଓ ରିପ୍ କରେଣ୍ଟ ଯୋଗୁଁ ଗଭୀର ସମୁଦ୍ର ଭିତରକୁ ଭାସି ଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଲାଇଫଗାର୍ଡ ଉଦ୍ଧାର କରିଛନ୍ତି । ଉଦ୍ଧାର ପର୍ଯ୍ୟଟକ ହେଉଛନ୍ତି ପଶ୍ଚିମବଙ୍ଗର ପ୍ରିୟବ୍ରତ ଦାସ ।

ସୂଚନାଯୋଗ୍ୟ ଯେ, ବୁଧବାର ପରିବାର ସହ ପ୍ରିୟବ୍ରତ ପୁରୀ ବୁଲିବାକୁ ଆସିଥିବା ବେଳେ ସମୁଦ୍ରରେ ସ୍ନାନ କରିବା ସମୟରେ ରିପ୍ କରେଣ୍ଟ ଯୋଗୁଁ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଲାଇଫଗାର୍ଡ ଗଭୀର ସମୁଦ୍ର ଭିତରୁ ଯାଇ ତାଙ୍କୁ ଉଦ୍ଧାର କରିଥିଲେ । ସମୁଦ୍ର କୂଳ ସେକ୍ଟର ୧୨ ହୋଟେଲ ବଙ୍ଗଲକ୍ଷ୍ମୀ ସମ୍ମୁଖ ବେଳାଭୂମିରେ ଏଭଳି ଘଟଣା ଘଟିଥିଲା

ତେବେ ଉଦ୍ଧାର ପର୍ଯ୍ୟଟକଙ୍କୁ ଲାଇଫ ଗାର୍ଡ ମାନେ ସୁରକ୍ଷିତ ଭାବେ ଉଦ୍ଧାର କରିବା ପରେ ତାଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇଥିଲେ । ତେବେ କିଛି ଅମାନିଆ ପର୍ଯ୍ୟଟକ ଲାଇଫଗାର୍ଡଙ୍କ କଥା ନଶୁଣି ଗଭୀର ସମୁଦ୍ରକୁ ସ୍ନାନ କରିବାକୁ ଯାଉଥିବାରୁ ଅନେକ ସମୟରେ ଏଭଳି ଘଟଣା ଘଟୁଛି ।