ବଣାଇ ୬।୧୨: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାଲିଗଲା ଦୁଇ ଜଣଙ୍କ ଜୀବନ । ସୁନ୍ଦରଗଡ଼ ୧୪୩ ନଂ ଜାତୀୟ ରାଜପଥରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି । ପୋଲିସ ଟ୍ରେଲର ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ କରୁଛି ।

​​​​​​​

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଦୁଇ ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଉଭୟ ଗାଡ଼ିକୁ ଜବତ କରିବା ସହ ଟ୍ରେଲର ଡ୍ରାଇଭରକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି ।