suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବେଙ୍ଗଲ ଦଙ୍ଗା ଉପରେ ଫିଲ୍ମ କରିବ ବିଜେପି, ସ୍ବାଧୀନତା ସମୟରେ କଲିକତା ସ୍ଥିତିର ମିଳିବ ଝଲକ
  • ||
  • ଶେଷ ପର୍ଯ୍ୟନ୍ତ ଲଢ଼ି ଅଷ୍ଟ୍ରେଲିଆ ‘ଏ’ କୁ ୨-୧ରେ ହରାଇଲା ଭାରତୀୟ ମହିଳା ହକି ଦଳ
  • ||
  • କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ରାମଦେବ, କହିଲେ ମା’ଭଉଣୀଙ୍କ ବିଷୟରେ ବେକାର କଥା କହୁଥିବା ବ୍ରିଜ ଭୂଷଣଙ୍କୁ ଗିରଫ କର
  • ||
  • ଦିଲ୍ଲୀ ୟୁନିଭର୍ସିଟି ସିଲାବସରୁ ହଟିଲା ‘ସାରେ ଜାହାଁ ସେ ଆଚ୍ଛା’ର ଲେଖକ ମହମ୍ମଦ ଇକ୍‌ବାଲଙ୍କ ବିଷୟ
  • ||
  • ଏବେ ଉତ୍ତରାଖଣ୍ଡ ସଂଲଗ୍ନ LACରେ ଦ୍ରୁତ ଗତିରେ ଗାଁ ଗଢି ଚାଲିଛି ଚୀନ, ସୈନ୍ୟ ଶିବିର ବି ନିର୍ମାଣ କରୁଛି
  • ||
  • ହାଇଦ୍ରାବାଦ: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେଜରିଓ୍ଵାଲ
  • ||
  • ନୂଆଦିଲ୍ଲୀ: ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାହୁଲ ଗାନ୍ଧୀ
  • ||
  • IPL 2023: ମୁମ୍ବାଇକୁ ହରାଇ ଲଗାତାର ୨ୟ ଥର ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ରବିବାର ଚେନ୍ନାଇ ସହ ଟାଇଟଲ୍ ମୁକାବିଲା
  • ||
  • ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ୯ଟି ପ୍ରଶ୍ନ କଲା କଂଗ୍ରେସ
  • ||
  • ଟିଏମ୍‌ସି ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍କେଡ୍‌ ଉପରେ ଆକ୍ରମଣ, ଇଟା ଫିଙ୍ଗି ଭାଙ୍ଗିଲେ ମନ୍ତ୍ରୀଙ୍କ କାର୍ କାଚ
  • ||

ପୁରୀରେ ଟ୍ରିପଲ ମର୍ଡ଼ର : ଗୋଟିଏ ପରିବାରର ୩ଭାଇଙ୍କୁ ବିଚ୍ ବଜାରରେ ହାଣି ହତ୍ୟା

15/07/2019 at 9:50 AM

ପୁରୀ ୧୫/୭: ତେବେ ନୀଳାଦ୍ରି ବିଜେ ପୂର୍ବରୁ ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ ମର୍ଡର ହୋଇଛି । ଗୋଟିଏ ପରିବାର ୩ ଜଣଙ୍କୁ ବିଚ୍ ବଜାରରେ ଦୁର୍ବୃତ୍ତ ମାନେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ମୃତକ ହେଲେ ପୂର୍ଣ୍ଣଚନ୍ଦ୍ର ବେହେରା, କୃଷ୍ଣଚନ୍ଦ୍ର ବେହେରା ଏବଂ ପର୍ଶୁ ବେହେରା। ଏମାନେ ଗୋଟିଏ ପରିବାର ୩ ଭାଇ । ପୂର୍ବ ଶତ୍ରୁତାରୁ ଏଭଳି ନିର୍ମମ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଖଣ୍ଡା, ଫାର୍ସା ଆଦି ମାରଣାସ୍ତ୍ରରେ ଏଭଳି ନିର୍ମମ ହତ୍ୟାକାଣ୍ଡ ଘଟାଇଛନ୍ତି ଦୁର୍ବୃତ୍ତ ।

ମୃତକମାନେ ହେଲେ ପୂର୍ଣ୍ଣଚନ୍ଦ୍ର ବେହେରା, କୃଷ୍ଣଚନ୍ଦ୍ର ବେହେରା ଓ ପଞ୍ଚୁ ବେହେରା। କିଛି ମାସ ତଳେ ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ମୃତଦେହ ଟ୍ରେନ ଲାଇନରୁ ଉଦ୍ଧାର ହୋଇଥିଲା l ପୂର୍ଣ୍ଣ ଓ କୃଷ୍ଣ ହେଉଛନ୍ତି ଅଜୟଙ୍କ ନିଜ ଭାଇ । ସେହିପରି ପଞ୍ଚୁ ତାଙ୍କ ଦାଦା ପୁଅ ଭାଇ । ସତ୍ୟବାଦୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି । ତେବେ ଏହି ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

ହତ୍ୟାକାରୀଙ୍କୁ ଗିରଫ ଦାବିରେ ପଟ୍ଟନାୟକିଆ ଛକଠାରୁ ସାତଶଙ୍ଖ ପର୍ଯ୍ୟନ୍ତ ରାସ୍ତାରୋକ କରାଯାଇଥିଲା । ଉତ୍ୟକ୍ତ ଲୋକ ଛକରେ ଥିବା ଉଠାଦୋକାନ ଗୁଡିକରେ ନିଆଁ ଲଗାଇ ଦେଇଥିଲେ । ଦୀର୍ଘ ସମୟ ଧରି ରାସ୍ତାର ଉଭୟ ପାଖେ ଶହଶହ ଗାଡ଼ି ଅଟକି ରହିଥିଲା । ପୁରୀ ଏସପି ଘଟଣା ସ୍ଥଳରେ ପହଞ୍ଚି ତୁରନ୍ତ ଅଭିଯୁକ୍ତ ମାନକୁ ଗିରଫ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତା ରୋକ ହଟିଥିଲା । ଅଭିଯୁକ୍ତର ଘର ଉପରେ ମଧ୍ୟ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତାକୁ ନେଇ ଏ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

   Related Posts