ଦୁର୍ଘଟଣାରେ ପରିବା ବିକାଳିଙ୍କ ମୃତ୍ୟୁ, ହାଟକୁ ଯାଉଥିବାବେଳେ ମାଡିଗଲା ଟ୍ରକ୍
22/12/2022 at 7:00 PM

ଆନନ୍ଦପୁର ୨୨/୧୨: ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର କୋଳିମାଟି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏଥିରେ ଜଣେ ସାଇକେଲ ଆରୋହୀ ତଥା ପରିବା ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ସ୍ଥାନୀୟ କନ୍ତୋ ଗ୍ରାମର ଇନ୍ଦ୍ରମଣି ନାୟକ । ଦୁର୍ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା କିଛି ସମୟ ପାଇଁ ରାସ୍ତା ଅବରୋଧ ହୋଇଥିଲା । ତେବେ ଘଷିପୁରା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା । ପରିସ୍ଥିତି ଶାନ୍ତ ହେବାରୁ ପୋଲିସ୍ ମୃତଦେହ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ପୋଲିସ୍ ଜବତ କରିବା ସହ ଡ୍ରାଇଭରକୁ ଗିରଫ କରିଛି ।
Related Posts
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023
ରାଉରକେଲା ଡବଲ ମର୍ଡର ଘଟଣା, ତିନି ଜଣଙ୍କୁ ଅଟକ ରଖିଛି ପୋଲିସ
5 February 2023