ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ପାହାଡ଼ ତଳକୁ ଖସିଲା ବରଯାତ୍ରୀ ବସ୍‌, ୨୫ ମୃତ

5/10/2022 at 7:44 AM

ଡେରାଡୁନ ୦୫।୧୦ : ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା । ପୌରୀ ଗରୱାଲରେ ଭାରସାମ୍ୟ ହରାଇ ଖାତକୁ ଖସିଲା ବସ । ଦୁର୍ଘଟଣାରେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ,  ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଧୁମାକୋଟ ଅଞ୍ଚଳରେ ଏକ ବରଯାତ୍ରୀ ବସ ଯାଉଥିବା ବେଳେ ଭାରସାମ୍ୟ ହରାଇ ପାହାଡ ତଳକୁ ଖସିପଡିଥିଲା ।  ଘଟଣାସ୍ଥଳରେ ୨୫ଜଣଙ୍କର ମୃତ୍ୟୁ ହୋଥିବା ବେଳେ ୨୧ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେବି  କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

ସେପଟେ ଦୁର୍ଘଟଣା ସଂପର୍କରେ ସୂଚନା ପାଇଁ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । SDRF ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିଛନ୍ତି । ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବରିଷ୍ଠ ପ୍ରଶସାକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଉପରେ ନଜର ରଖିଛନ୍ତି ।

   Related Posts