୨ ବାଇକ ମୁହାଁମୁହିଁ ଧକ୍କା : ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ, ୨ ଗୁରୁତର

Published By : Prameya-News7 Bureau | December 16, 2021 IST

ଖୋର୍ଦ୍ଧା ୧୬/୧୨ : ଖୋର୍ଦ୍ଧା ଜିଲ୍ଲା ମେଣ୍ଢାଶାଳ ଅନ୍ତର୍ଗତ ଗିରିଙ୍ଗାପୁଟ ନିକଟ ଡାକପୋଖରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବାଫଳରେ ଘଟଣାସ୍ଥଳ​ରେ ହିଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଆଉ ୨ ଜଣ ଗୁରୁତର ହୋଇପଡିଛନ୍ତି । ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.