Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୩୯କୁ ବୃଦ୍ଧି

15/12/2021 at 9:40 AM

ଭୁବନେଶ୍ୱର ୧୫।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୭୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୫୮୩୪୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts