ଟ୍ରେଲର ବାଇକ୍ ମୁହାଁମୁହିଁ ଧକ୍କା : ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

Published By : Prameya-News7 Bureau | July 20, 2025 IST

ପାଟଣା ୨୦।୭: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥ ସାହାରପଡା ଇଣ୍ଡିଆନ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରେଲର ସହ  ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ପାଟଣା ଥାନା ଜଗାନାଳି ଗ୍ରାମର ଅଣ୍ଡ ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବା ସରୋଜ ମହାନ୍ତ ଗୁରୁତର ହୋଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କୁ କରଞ୍ଜିଆ ମେଡ଼ିକାଲକୁ ନେଇଥିଲେ । ସେଠାରେ ଡାକ୍ତର ସରୋଜଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ରେଫର କରୁଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଛି । ଉଭୟ ବାଇକ୍ ଯୋଗେ ଯାଉଥିବା ବେଳେ ଏକ ଟ୍ରେଲର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ସାହାରପଡା ଫାଣ୍ଡି ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଦୁଇଟିକୁ ଅଟକ ରଖି ତଦନ୍ତ ଚଳାଇଛି ।

You Can Read:

ମହିଳାଙ୍କୁ ଦୁଷ୍କର୍ମ ମାମଲା : ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.