ଜଗତସିଂହପୁର: ବିଲରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଯୁବ ଚାଷୀଙ୍କ ମୃତ୍ୟୁ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଜଗତସିଂହପୁର ସଦର ଥାନା ବେନୁଖଣ୍ଡା ଗାଁରେ । ମୃତ ଦୁଇ ଚାଷୀ  ଗାଁର ସାଗର ଭୋଇ ଓ ଅଜୟ ସାହୁ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ବି ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ସୂଚନା ଅନୁସାରେ, ସୋମବାର ମଧ୍ୟାହ୍ନରେ ଉଭୟ ଯୁବ ଚାଷୀ ବିଲରେ ଟ୍ରାକ୍ଟରରେ ଚାଷ କରି ଫେରୁଥିବା ବେଳେ ମାଟି ତଳେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ସଂଗେ ସଂଗେ ଜଗତସିଂହପୁର ମେଡିକାଲ ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ବେଆଇନ ଭାବେ ମାଟି ତଳେ ବିଦ୍ୟୁତ ତାର ନେଇଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଦୁଇ ମୃତ ଚାଷୀଙ୍କ ପରିବାରକୁ କ୍ଷତି ପୂରଣ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

Also Read: ପୋଲିସ-CRPFର ମିଳିତ ଅପରେସନ୍, ସରଣ୍ଡା ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ​​​​​​​