ମାଲକାନଗିରି ୧୨।୬: ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ହାର୍ଡକୋର ମାଓବାଦୀ ।
ସୂଚନାଯୋଗ୍ୟ ଯେ, ଛତିଶଗଡ଼ ସୁକୁମା ଜିଲ୍ଲା କୁକାନାର ଥାନା ଅନ୍ତର୍ଗତ ପୁସଗୁନ୍ନା ଜଙ୍ଗଲରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲେ । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳିବିନିମୟ ହେବା ପରେ ଘଟଣାସ୍ଥଳରୁ ଜଣେ ମହିଳା ଓ ଜଣେ ପୁରୁଷ ନକ୍ସଲପନ୍ଥୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ ପେଦାରସ ଏରିଆ କମାଣ୍ଡର ବାମନ ଭାବରେ ଚିହ୍ନଟ ହୋଇଛି । ଯାହା ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ ଛତିଶଗଡ ସରକାର । ମହିଳା ନକ୍ସଲଙ୍କ ମୃତଦେହ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ଘଟଣାସ୍ଥଳରୁ ଗୋଟିଏ ଇନସାସ୍ ରାଇଫଲ୍, ଗୋଟିଏ ୧୨ ବୋର୍ ରାଇଫଲ୍ ସହ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି ବୋଲି ସୁକୁମା ଏସ୍ପି କିରନ ଚୌହାନ ସୂଚନା ଦେଇଛନ୍ତି ।
You Can Read:
ମାଲକାନଗିରି ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା : ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ