oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଗଞ୍ଜାମ ଜିଲ୍ଲାରେ ସ୍ଥିତି ଅଣାୟତ୍ତ : କୋଭିଡ୍ ପରିଚାଳନା ପାଇଁ ୨ ଆଇଏଏସଙ୍କୁ ଦାୟିତ୍ବ

4/07/2020 at 1:28 PM

ଗଞ୍ଜାମ ୪।୭: ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ଅଣାୟତ୍ତ । ଜିଲ୍ଲାରେ ହୁ ହୁ ହୋଇ ବଛୁଛି ସଂକ୍ରମିତଙ୍କ ସଂଖ୍ୟା । ସେହିଭଳି କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ସଂକ୍ରମଣ ହାର ବୃଦ୍ଧିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ କୋଭିଡ୍ ପରିଚାଳନା ପାଇଁ ଦୁଇ ଆଇଏଏସଙ୍କୁ ଦାୟିତ୍ବ ଦିଆଯାଇଛି । ପାରୁଲ ପଟୱାରୀଙ୍କୁ ଛତ୍ରପୁର ସବ୍ ଡିଭିଜନ ଏବଂ ବିଶାଲ ସିଂହଙ୍କୁ ଭଞ୍ଜନଗର ସବ୍ ଡିଭିଜନ ଦାୟିତ୍ବ ଦିଆଯାଇଛି । ଉଭୟଙ୍କୁ ସ୍ପେଶାଲ ଏଡିଏମ୍ ପଦରେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

ଗଞ୍ଜାମ ଜିଲ୍ଲାରେ ମୋଟ୍ ୨୦୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୦ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୭୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts