ସୃଷ୍ଟି ହୋଇପାରେ ଯୋଡ଼ା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

Published By : Prameya-News7 Bureau | July 13, 2025 IST

ଭୁବନେଶ୍ବର ୧୩।୭: ପୁଣି ଯୋଡ଼ା ଲଘୁଚାପ ସମ୍ଭାବନା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । 

ତେବେ  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର, ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ମାତ୍ରା ବୃଦ୍ଧି ପାଇବ । ଆସନ୍ତା ୨୪ ଘଣ୍ଟାରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡା, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୪୮ ଘଣ୍ଟା ପାଇଁ ଏହି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ୪୨୧.୯ ମିଲିମିଟର ବର୍ଷା ଏକ ଜୁନ୍‌ରୁ ଆଜି ପର୍ଯ୍ୟନ୍ତ ରେକର୍ଡ ହୋଇଛି । ସ୍ୱାଭାବିକ ଠାରୁ ୨୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଦିଆଯାଇଛି ।


  • Weather
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.