oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ସୀମାନ୍ତ ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ମହିଳା ମାଓବାଦୀ ନିହତ

27/02/2022 at 2:49 PM

ମାଲକାନଗିରି ୨୭।୦୨ : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ନିହତ ହେଲେ ଦୁଇ ଜଣ ମହିଳା ମାଓବାଦୀ । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ଦୁରଦା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସ ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଏହାକୁ ଆଧାର କରି ଡିଆର୍‌ଜି ଓ ସିଆରପିଏଫ ବାହିନୀ ପକ୍ଷରୁ କୁମିଂ ଅପରେସନ ଆରମ୍ଭ କରାଯାଇଥିଲା । କୁମ୍ବିଂ ଅପରସେନ ଦେଖି ସୁରକ୍ଷା ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ମାଓବାଦୀ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଥିଲେ । ଏଥିରେ ୨ଜଣ ମହିଳା ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏନକାଉଣ୍ଟର ପରେ ମାଓବାଦୀ ଘଟଣାସ୍ଥଳ ଛାଡି ପଳାୟନ କରିଥିବା ଜଣାପଡିଛି ।  ସେଠାରେ ଜବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି ।

   Related Posts