କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

Published By : Prameya-News7 Bureau | June 30, 2025 IST

କନ୍ଧମାଳ ୩୦।୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁମୁକିଆ ପଞ୍ଚାୟତ ଇନ୍ଦ୍ରିସୁଗା ପାହାଡ଼ରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଯେଉଁଥିରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବାର ସୂଚନା ମିଳିଛି । 

ଖବର ଅନୁଯାୟୀ, ଇନ୍ଦ୍ରିସୁଗା ପାହାଡ଼ରେ କିଛି ମାଓବାଦୀମାନେ ଲୁଚି ରହିଥିବାର ସୂଚନା ମିଳିଥିଲା । ଯାହାପରେ ସୁରକ୍ଷାକର୍ମୀ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଯେଉଁଥିରେ ସୁରକ୍ଷାକର୍ମୀଙ୍କ ପାଲଟା ଜବାବରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏବେବି ଜଙ୍ଗଲରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ ଜାରି ରହିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.