ବିଜାପୁରରେ ଗୁଳିବିନିମୟ : ପୋଲିସ ଗୁଳିରେ ଟଳିଲେ ଦୁଇ ମାଓବାଦୀ

Published By : Prameya-News7 Bureau | May 29, 2024 IST

ମାଲକାନଗିରି ୨୯।୫: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ପୋଲିସ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ସୁରକ୍ଷା କର୍ମୀ ଜବତ କରିଛନ୍ତି । 

ଛତିଶଗଡ ମଧେଡ଼ ଥାନା ଅନ୍ତର୍ଗତ ବଡ଼ଦେପରା ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ଏସଟିଏଫ ବାହିନୀ ପକ୍ଷରୁ ସେଠାରେ ଅପରେସନ ଆରମ୍ଭ ହୋଇଥିଲା । ଏନକାଉଣ୍ଟର ପରେ ଘଟଣାସ୍ଥଳ ଛାଡି ମାଓବାଦୀ ମାନେ ପଳାୟନ କରିଥିବା ବେଳେ ଜବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି ।

You Can Read :

ବାରିପଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ୍

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.