ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର

Published By : Prameya-News7 Bureau | March 01, 2021 IST

ଚଣ୍ଡିଖୋଲ ୧।୩: ପୃଥକ ପୃଥକ ସ୍ଥାନରେ ସଡକ ଦୁର୍ଘଟଣା । ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ଦାଳ ଛକ ନିକଟରେ ବାଇକ୍ ସହ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକ୍ ଆରୋହୀ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବିଦେଶୀ ଦେହୁରୀ ଧର୍ମଶାଳା ଅଞ୍ଚଳର ବୋଲି ଜଣାପଡିଛି ।

ଅନ୍ୟପଟେ ଚଣ୍ଡିଖୋଲ ଡାକ ବଙ୍ଗଳା ସମ୍ମୁଖରେ ବାଇକ୍ ସହ ବାଇକ୍ ଧକ୍କା ଦେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବଡଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ବଡଚଣା ଅଞ୍ଚଳର ନଳିନୀ ମିଶ୍ର । ଦୁଇ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଥିବା ବେଳେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.