ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ, ମିଳିନି ପରିଚୟ
21/01/2023 at 1:04 PM

ବଡ଼ବିଲ ୨୧।୦୧ : ଅଜଣା ଗାଡି ନେଇଗଲା ଜୀବନ । ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଯାଇଛି ।
ଖବର ଅନୁଯାୟୀ, ଶନିବାର ଦିନ ସକାଳ ସମୟରେ ଚମ୍ପୁଆ ଥାନା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଳ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ଜଣ ବାଇକ୍ ଆରୋହୀଙ୍କ ଧକ୍କା ଦେଇଥିଲା ଏକ ଅଜଣା ଗାଡି । ଯାହାଫଳରେ ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି ।
ତେବେ ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଦୁଇ ଜଣଙ୍କ ମୃତଦେହକୁ ଜବତ କରିଛି ପୋଲିସ । ଏହାପରେ ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି ।