ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ଟ୍ରାକ୍ଟର ଓଲଟି ଚାଲିଗଲା ଦୁଇ ଜୀବନ, ୪ ଗୁରୁତର

9/03/2023 at 12:38 PM

ଭୁବନ ୦୯।୦୩ : ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ସୁରପ୍ରତାପପୁର ଗାଁ ଅଘଟଣ । ଟ୍ରାକ୍ଟର ଓଲଟି ଚାଲିଗଲା ଦୁଇ ଜୀବନ । ଏହି ଦୁର୍ଘଟଣାରେ ଆଉ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଅଷ୍ଟପ୍ରହରୀ ନିମନ୍ତେ ଜଙ୍ଗଲରୁ ଝାଟି ସଂଗ୍ରହ କରିବାକୁ ଯାଇଥିଲେ । ସେଠାରୁ ଫେରିବା ସମୟରେ ଘଟିଲା ଅଘଟଣ । ଅଧାରାସ୍ତାରେ ହଠାତ୍‌ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣା ସଂପର୍କରେ ଖବର ପାଇ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ମଠକରୋଗଳା ମେଡିକାଲରେ ଭର୍ତ୍ତୀ କରିଥିବା ବେଳେ ଚାରି ଜଣଙ୍କୁ ଭୁବନ ମେଡିକାଲରେ ଭର୍ତ୍ତୀ କରାଇଥିଲେ । ମଠକରୋଗଳା ମେଡିକାଲରେ ପ୍ରଫୁଲ୍ଲୁ କୁମାର ସାମଲ (୪୪ ବର୍ଷ)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଭୁବନ ମେଡିକାଲରେ ହରିହର ସାମଲ (୬୫ ବର୍ଷ)ଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର ।

ତେବେ ଏହି ଦୁର୍ଘଟଣାରେ ଦୁଇ ଜଣ ନାବାଳକ ଗୁରୁତର ଥିବା ଜଣାପଡିଛି । ଦୁଇ ନାବାଳକ ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଫେରାର ଥିବା ଜଣାପଡିଛି ।

ସେପଟେ ଖବର ପାଇ ଭୁବନ ପୋଲିସ ତଦନ୍ତ ଆରମ୍ଭ କରିଛି । ଗୁରୁତର ନାବାଳକ ସତ୍ୟଜିତ ପୁହାଣ ୧୫ ବର୍ଷ, ଉମାଶଙ୍କର ରାଉଳ ୧୪ ବର୍ଷ, ଜଳଧର ସ୍ବାଇଁ ୬୫ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ପରିଚୟ ମିଳିପାରିନାହିଁ। ଏହି ଦୁର୍ଘଟଣାକୁ ନେଇ ଅଞ୍ଚଳରେ ଦୁଃଖର ଛାୟା ଖେଳିଯାଇଛି ।

   Related Posts