ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାଇକ୍ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ, ଜଣେ ଗୁରୁତର
7/12/2020 at 10:36 AM

ରାଇରଙ୍ଗପୁର ୭।୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲିଗଲା ଦୁଇ ଜଣଙ୍କ ଜୀବନ । ଜଣେ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଝଲଡୁଙ୍ଗୁରି ନିକଟରେ ଘଟିଛି ଦୁର୍ଘଟଣା ।
ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଝଲଡୁଙ୍ଗୁରି ନିକଟରେ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରିନାହିଁ ।