ଟ୍ରଲରକୁ ପିଟିଲା ସ୍କର୍ପିଓ : ୨ ମୃତ, ତିନି ଗୁରୁତର
11/01/2023 at 12:42 PM

ବଲାଙ୍ଗୀର ୧୧।୦୧ : ଟ୍ରଲରକୁ ପିଟିଲା ସ୍କର୍ପିଓ । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ବୁଧବାର ଦିନ ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଦୁର୍ଘଟଣା ଘଟିଛି । ସମ୍ବଲପୁର ପଟୁ ଆସୁଥିବା ଏକ ସ୍କର୍ପିଓ ଲୋଇସିଂହା ବୁରଡ଼ା ଛକର ରାସ୍ତାକଡ଼ରେ ଥିବା ଟ୍ରଲରକୁ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି ।
ସେପଟେ ଦୁର୍ଘଟଣା ସଂପର୍କରେ ଖବର ସ୍ଥାନୀୟଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତରଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।
Related Posts
ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪୬ ବଖରା ଘର; ବାସହୀନ ୨୨ ପରିବାର
2 February 2023
ବଦଳିଲା ନାଁ: ଓଡ଼ିଶା ଅଗ୍ନିଶମ ସହ ଯୋଡ଼ିହେଲା ଜରୁରୀ କାଳୀନ ସେବା
2 February 2023
ଜିଲ୍ଲା ଚିକିତ୍ସାଳୟର ପ୍ରସୂତି ୱାର୍ଡରୁ ନକଲି ଡାକ୍ତର ଗିରଫ
2 February 2023