ଟିଣ ଘର ଉପରେ ମାଡିଗଲା ଟ୍ରକ୍, ୨ ଶ୍ରମିକଙ୍କ ମୃତ୍ୟୁ

Published By : Prameya-News7 Bureau | July 01, 2022 IST

ଖୋର୍ଦ୍ଧା ୧।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଲି ବୋଝେଇ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ମୃତ ଦୁଇ ଶ୍ରମିକ ରାସ୍ତା କାମରେ ନିୟୋଜିତ ଥିଲେ । ରାସ୍ତା କାମ କରି ରାସ୍ତା କଡରେ ଟିଣ ଘରେ ରହୁଥିବା ଶ୍ରମିକଙ୍କ ଉପରେ ବାଲି ବୋଝେଇ ଟ୍ରକ୍ ମାଡିଯାଇଥିଲା । ଫଳରେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.