ପରିବା ବିକାଳି ଉପରେ ମାଡିଗଲା ଗାଡି, ୨ ମୃତ

Published By : Prameya-News7 Bureau | January 30, 2023 IST

ଖଲ୍ଲିକୋଟ ୩୦।୦୧ :  ରାସ୍ତାରେ ବିକ୍ରି କରୁଥିଲେ ପରିବା । ଏହି ସମୟରେ ମାଡିଗଲା ଗାଡ଼ି । ଦୁର୍ଘଟଣାରେ ୨ଜଣଙ୍କୁ ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା ରମ୍ଭା ନିକଟ ମିଞ୍ଜିଣିପାଟଣା ଜାତୀୟ ରାଜପଥ ନିକଟରେ ଘଟିଛି ଦୁର୍ଘଟଣା ।

{"id":739343,"sizeSlug":"full","linkDestination":"none"}

ଖବର ଅନୁଯାୟୀ, ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଟାଟା ଏସି ଗାଡି ଭାରସାମ୍ୟ ହରାଇ ପରିବା ବିକାଳୀଙ୍କ ଉପରେ ଚଢ଼ିଯାଇଥିଲା । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ମୋଟ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ରମ୍ଭା ଥାନା ପୋଲିସ ପହଁଚି ମୃତଦେହ ଜବତ କରିବା ସହ ଅନ୍ୟ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜିକୁ ପଠାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.