ବାଇକ୍‌-ଟ୍ରକ ମୁହାଁମୁହିଁ ଧକ୍କା, ଦୁଇ ମୃତ

Published By : Prameya-News7 Bureau | January 03, 2023 IST

ସୁନ୍ଦରଗଡ଼ ୦୩।୦୧ : ସୁନ୍ଦରଗଡ଼ ଲହୁଣୀପଡ଼ା ଥାନା ଖୁଣ୍ଟଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ଲହୁଣୀପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ପୁଇଗାଁ ଅଞ୍ଚଳର ଦୁଇ ଜଣ ବାଇକ ଯୋଗେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ବାଇକ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ରହିଥିଲେ । ସ୍ଥାନୀୟଲୋକେ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ବଣାଇ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ  ରାଉରକେଲା ନେବା ବାଟରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।  

ସେପଟେ ଘଟଣାସ୍ଥଳରୁ ଟ୍ରକ ଚାଳକ ଫେରାର ହୋଇଯାଇଥିବା ବେଳେ ଲହୁଣୀପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.