Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭଦ୍ରକ : ୩ ଦିନ ହେଲା ନିଖୋଜ ଥିଲେ, ନଦୀରୁ ମିଳିଲା ଯୁବକଙ୍କ ମୃତଦେହ
  • ||
  • କେନ୍ଦୁଝର : ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ବିନିକା : ଶେଷ ଦିନରେ ବି ପ୍ରଶ୍ନପତ୍ର ଭାଇରାଲ୍, ପରୀକ୍ଷା ପୂର୍ବରୁ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରିବୁଲିଥିଲା
  • ||
  • ଭୁବନେଶ୍ବର : କୌଣସି ପ୍ରଶ୍ନପତ୍ର ଭାଇରାଲ୍ ହୋଇନି : ଗଣଶିକ୍ଷା ମନ୍ତ୍ରୀ
  • ||
  • ଖଲ୍ଲିକୋଟ : ଅଟୋକୁ ପଛପଟୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଡ୍ରାଇଭରଙ୍କ ସମେତ ୪ ଆହତ
  • ||
  • ଭୁବନେଶ୍ବର : ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
  • ||
  • ଭୁବନେଶ୍ୱର: ସରିଗଲା ମାଟ୍ରିକ୍ ପରୀକ୍ଷା, ଶେଷ ଦିନରେ ସବଜେକ୍ଟ୍ ଥିଲା ମ୍ୟାଥମାଟିକ୍ସ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବ, ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା
  • ||

ଗୋଟିଏ ଓଢଣୀରେ ଝୁଲିପଡିଲେ ପ୍ରେମୀ ଯୁଗଳ, ଭାଲେଣ୍ଟାଇନ୍‌ ଡେ’ ରାତିରୁ ଥିଲେ ନିଖୋଜ

15/02/2023 at 2:21 PM

ନବରଙ୍ଗପୁର ୧୫।୦୨ : ନବରଙ୍ଗପୁର ପାପଡ଼ାହାଣ୍ଡିରେ ଅଭାବନୀୟ ଘଟଣା। ମଇଦଲପୁର ଥାନା ଆମପାଣି ଘାଟି ଖଡ଼କା ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମହୁଲ ଗଛରେ ଏହି ପ୍ରେମୀ ଯୁଗଳ ଓଢଣୀ ଲଗାଇ ଝୁଲି ପଡ଼ିଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପହଞ୍ଚି ପୋଲିସର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ଖବର ଅନୁଯାୟୀ, ପ୍ରେମୀଯୁଗଳ ମଙ୍ଗଳବାର ସନ୍ଧ୍ୟାରୁ ଘରୁ ବାହାରିଥିବା ଜଣାପଡିଛି । ଆଜି ସକାଳୁ ସ୍ଥାନୀୟ ଅଞ୍ଚଳର ଲୋକମାନେ ସେହି ରାସ୍ତାଦେଇ ଯିବା ସମୟରେ ପ୍ରେମୀ ଯୁଗଳଙ୍କୁ ମହୁଲ ଗଛରେ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ମାଝୀଗୁଡ଼ା ପଞ୍ଚାୟତ ଭାଲୁଝର ଗାଁର ବେଲ ମୁଦୁଲି ଓ ପ୍ରେମିକ ମଇଦଲପୁର ପଞ୍ଚାୟତ ନୀଳାଦ୍ରୀଗୁଡା ଗାଁର ତ୍ରିପତି ମାଝୀ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି ।

   Related Posts