ରାଜ୍ୟରେ ଆଜି ପୁଣି ୨କରୋନା ପଜିଟିଭ୍ ଚିହ୍ନଟ, ୧୫୯ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା
3/05/2020 at 6:47 AM

ଭୁବନେଶ୍ୱର ୦୩।୦୫: ରାଜ୍ୟରେ ଆଜି ପୁଣି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଥିବା ସଂକ୍ରମିତ ସଂଖ୍ୟା ୧୫୭ରୁ ୧୫୯କୁ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍ ମାଧ୍ୟମରୁ ଜଣାପଡିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫୯ଜଣ କରୋନା ପଜିଟିଭ୍ ଟିହ୍ନଟ ହୋଇଥିବା ବେଳେ୧୦୨ଟି ଆକ୍ଟିଭ୍ କେସ୍ ରହିଛି । ସେହିପରି ୫୬ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣେ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ଗତକାଲି ଯାଜପୁର ଜିଲ୍ଲାରୁ ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023