ରାଜ୍ୟରେ ଆଜି ପୁଣି ଆଉ ୨କରୋନା ପଜିଟିଭ୍ ଚିହ୍ନଟ, ୧୫୬ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା
2/05/2020 at 12:46 PM

ଭୁବନେଶ୍ୱର ୦୨।୦୫: ରାଜ୍ୟରେ ଆଜି ପୁଣି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଥିବା ସଂକ୍ରମିତ ସଂଖ୍ୟା ୧୫୪ରୁ ୧୫୬କୁ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍ ମାଧ୍ୟମରୁ ଜଣାପଡିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ସୂଚନା ରହିଛି ।

ଆଜି ମଧ୍ୟାହ୍ନରେ ରାଜ୍ୟରେ ଆଉ ୨କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୬ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ୫୫ଜଣ ସୁସ୍ଥ ହୋଇସାରିଛନ୍ତି । ତେବେ କେବଳ ଜଣେ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।
Related Posts
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ; ଡାକ୍ତରୀ ମାଇନା ପରେ ଅଭିଯୁକ୍ତ ଗିରଫ
31 January 2023