ଯାଜପୁର ଜିଲ୍ଲାରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି

Published By : Prameya-News7 Bureau | May 01, 2020 IST

ଭୁବନେଶ୍ୱର ୦୧।୦୫: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଲକ୍‌ଡାଉନର ଅବଧି ସରିବା ପାଇଁ ଆଉ ବାକି ରହିଛି କିଛି ଦିନ । କିନ୍ତୁ ଏପଟେ ଥମିବାର ନାଁ ଧରୁନି କରୋନା ସଂକ୍ରମଣ । ରାଜ୍ୟରେ ଆଜି ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୫ରୁ ୧୪୭ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ରହିଛି ।

wp:core-embed/twitter {"url":"https://twitter.com/IPR_Odisha/status/1256127558778859522","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1256127558778859522
/wp:core-embed/twitter

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଅନୁସାରେ , ରାଜ୍ୟରେ ଏବେ ଚିହ୍ନଟ ହୋଇଥିବା ୨ଜଣ କରୋନା ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଉଭୟ ସଂକ୍ରମିତ କଣ୍ଟେନମେଣ୍ଟ ଅଞ୍ଚଳର ବୋଲି ସୂଚନା ରହିଛି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ବର୍ଷୀୟ ପୁରୁଷ , ଯିଏକି ବିରଜାପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ସଂକ୍ରମିତ ୭୫ବର୍ଷୀୟା ମହିଳା ଜଣଙ୍କ କଟିକଟା କଣ୍ଟେନମେଣ୍ଟ ଅଞ୍ଚଳରୁ ବୋଲି ଜଣାପଡିଛି । ଉଭୟଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି । ଦୁଇ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ମଧ୍ୟାହ୍ନରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.