ବାଇକ୍‌କୁ ଧକ୍କା ଦେଲା ଟ୍ରାଭେଲର, ଚାଲିଗଲା ୨ ଆରୋହୀଙ୍କ ଜୀବନ

Published By : Prameya-News7 Bureau | July 10, 2025 IST

ଅନୁଗୋଳ ୧୦।୦୭ : ଅନୁଗୋଳ ୧୪୯ ନମ୍ବର ଜାତୀୟ ରାଜପଥ ବଂରପାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରାଭେଲର ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ । ମୃତ ଦୁଇ ଜଣ ହେଲେ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ବାକି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । 

ଖବର ଅନୁଯାୟୀ,  ଦୁଇ ଜଣ ବଂରପାଳରୁ ସ୍କୁଟି ନେଇ ତାଳଚେରରୁ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଟ୍ରାଭେଲର ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ତେବେ ଦୁର୍ଘଟଣା ପରେ ଟ୍ରାଭେଲର ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ପୋଲିସ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା । 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.