ବଡ଼ବିଲ ୦୧।୦୭ : କେନ୍ଦୁଝର ଜିଲ୍ଲା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସ୍କୁଟି ଆରୋହୀଙ୍କ ଜୀବନ । ବାକି ଜଣେ ଗୁରୁତର ହୋଇଛନ୍ତି । ଯାହାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ମଙ୍ଗଳବାର ଦିନ ଜାତୀୟ ରାଜପଥ ତଡୁଆବାହାଳ ନିକଟରେ ଦୁଇ ସ୍କୁଟି ଆରୋହୀଙ୍କ ଧକ୍କା ଦେଇଥିଲେ ଅଜଣା ଗାଡ଼ି । ଯାହାଫଳରେ ଦୁଇ ଜଣ ସ୍କୁଟି ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଯୋଡ଼ା ଥାନା ବିଲେଇପଦା କାରଣସାହିର ନିରଞ୍ଜନ ମଲ୍ଲିକ ଓ ଦାମପୁର ଅଞ୍ଚଳ ସଚିନ ମହାକୁଡ଼ । ବାକି ଗୁରୁତର ଥିବା ବ୍ୟକ୍ତି ଜଣଙ୍କ କଣ୍ଡରା ଅଞ୍ଚଳ ମୁନା ମହାକୁଡ ବୋଲି ଜଣାପଡିଛି । ଗୁରୁତର ଅବସ୍ଥାରେ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।