LIVE TV

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ, ୪ ଗୁରୁତର

NEWS7
kkk

ନାରାୟଣପାଟଣା ୨୫।୦୯ : କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ଭୟଙ୍କର ଦୁର୍ଘଟଣା । ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଦୁଇକ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଦୁଇ ଜଣ ଆରୋହୀଙ୍କର ମୃତ୍ୟୁ ହୋଇଥିଲା । ମୃତକ ଗାଦାବାଗୁଡ଼ା ଗାଁରେ ଅଭିନିଶିକା ଓ ଶରତ ବୋଲି ଜଣାପଡିଛି । ଏହାସହିତ ୪ ଜଣଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତରଣ କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।