ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍

Published By : Prameya-News7 Bureau | August 03, 2021 IST

ସାନଖେମୁଣ୍ଡି ୩।୮: ଭାରସାମ୍ୟ ହରାଇ ଓଲଟିଲା ଦୁଇଟି ଟ୍ରକ୍ । ତପ୍ତପାଣି ଘାଟିରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ୍ ଦୁଇଟି ଉଦ୍ଧାର କରିଛି ।

{"id":490169,"sizeSlug":"full","linkDestination":"none"}

ସୂଚନାଯୋଗ୍ୟ ଯେ, ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଉଷ୍ମପ୍ରସବଣ ତପ୍ତପାଣି ଘାଟିରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇଟି ଟ୍ରକ୍ । ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଗଜପତିରୁ ଗଞ୍ଜାମ ଅଭିମୁଖେ ମକା ଓ କପା ବୋଝେଇ ଟ୍ରକ୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପାଇଁ କିଛି ସମୟ ପର୍ଯ୍ୟନ୍ତ ସେହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଦୁଇ ଟ୍ରକ୍ କୁ ଉଦ୍ଧାର କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.