LIVE TV
LIVE TV

ଓଡିଶାରୁ ତଡ଼ିପାର ହେଲେଣି ୪୯ ବାଂଲାଦେଶୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

NEWS7
ukraine-will-not-surrender-to-russia-said-zelensky

ଭୁବନେଶ୍ୱର ୦୧/୧୨: ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ। ଚଳିତ ଅଧିବେଶନରେ ସ୍ବାଭାବିକ ଭାବେ ଚାଲୁଛି ଗୃହ । ଗୃହରେ ବିଭିନ୍ନ ପ୍ରସଙ୍ଗରେ ହେଉଛି ଆଲୋଚନା । ଆଜି ବିରୋଧୀ ଆଣିଥିବା ମୁଲତବି ପ୍ରସ୍ତାବ ଉପରେ ଆଲୋଚନା କରାଯିବ । ସେପଟେ ସ୍ବାସ୍ଥ୍ୟ, ଅର୍ଥ, ଆଇଟି,ସାଧାରଣ ପ୍ରଶାସନ, ଗୃହ ବିଭାଗର ରହିଛି ପ୍ରଶ୍ନକାଳ । ତେବେ ଆଇନ ଶୃଙ୍ଖଳା, ଚାଷୀ ସମସ୍ୟା ଓ ମଣ୍ଡି ଅଚଳାବସ୍ଥା ପ୍ରସଙ୍ଗ ନେଇ ବିରୋଧୀ ହଙ୍ଗାମା କରିପାରନ୍ତି ।

ଏଥିସହ ବାଂଲାଦେଶୀକୁ ନେଇ ଗୃହରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଆସିବା ପରେ ଚିହ୍ନଟ ହେଲେଣି ୫୧ ଜଣ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ ଙ୍କୁ ବାଂଲାଦେଶ ପଠା ଗଲାଣି । ଖୋର୍ଦ୍ଧା ୨୪, କଟକ ରୁ ୧୫, ଗଞ୍ଜାମ ୬, କନ୍ଧମାଳ ୩, କୋରାପୁଟ ୧ ବାଂଲାଦେଶୀ ଙ୍କୁ ଚିହ୍ନଟ କରାଯାଇ ନିଜ ଦେଶକୁ ପଠାଯାଇଛି । ୨ ଜଣ ଜାଲି ବାଂଲାଦେଶୀ ଅନୁପ୍ରବେଶ କାରୀ ଜାଲ ପାସ ପୋର୍ଟ କରିଥିବା ଧରା ପଡ଼ିଛନ୍ତି । ସେମାନଙ୍କ ବିରୋଧରେ ମକଦ୍ଦମା ରଜ୍ଜୁ କରାଯାଇଛି ।

ସେହିପରି ଜେଲ୍‌ରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । 'ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍ରୁ ୧୩ କଏଦୀ ଫେରାର' ହୋଇଛନ୍ତି । ତେବେ 'ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ' । ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍‌ରେ ମୃତ୍ୟୁ ହୋଇଛି' । '୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ହୋଇଛନ୍ତି ।

ସେହିଭଳି ରାଜ୍ୟରେ IAS, IPS, IFS ପଦବୀ ଖାଲି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ୪୬ IAS, ୬୭ IPS, ୭୦ IFS ପଦବୀ ଖାଲି ପଡ଼ିଛି ।