ନୂଆଁଖାଇ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସିନ୍ଦୁରପଙ୍କରେ ଶ୍ୟାମସୁନ୍ଦର ପତିଙ୍କ ପରିବାର ସଦସ୍ୟଙ୍କ ସହ ଖାଇଲେ ‘ନବାନ୍ନ’

Published By : Prameya-News7 Bureau | August 28, 2025 IST

ସମ୍ବଲପୁର ୨୮।୮: ଗଣପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କ୍ଷେତ୍ରୀୟ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ମାନେଶ୍ୱର ବ୍ଲକ ସିନ୍ଦୁରପଙ୍କ ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ବାସଭବନରେ ନବାନ୍ନ ଖାଇ ନୂଆଁଖାଇ ପର୍ବ ପାଳନ କରିଛନ୍ତି । 

ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ, ଆମ ରାଜ୍ୟର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଁଖାଇ’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ । ନୂଆଁଖାଇ ଚାଷୀ ଏବଂ ଚାଷର ଉନ୍ନତି ଓ ସମୃଦ୍ଧିର କଥା କୁହେ । ଏହି ପର୍ବରେ ନବାନ୍ନର ସ୍ୱତନ୍ତ୍ରତା ରହିଛି । ଐତିହାସିକ ସିନ୍ଦୁରପଙ୍କ ଅଞ୍ଚଳକୁ ଆସିଥିଲି । ଏହି ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ପରିବାର ସଦସ୍ୟଙ୍କ ସହ ‘ନବାନ୍ନ’ ଖାଇ ନୂଆଁଖାଇ ପାଳନ କରିବା ମୋର ସୌଭାଗ୍ୟ । ନୂଆଁଖାଇ କେବଳ ଏକ ପର୍ବ ନୁହେଁ ବରଂ ଏକ ଭାବାବେଗ । ଏହି ଦିନ ଏକାଠି ହେବା ଓ ସାଥୀ ହୋଇ ନବାନ୍ନ ଖାଇବା ଏହି ପର୍ବର ବିଶେଷତା । ଆଜିଭଳି ଏକ ପବିତ୍ର ଦିନରେ ସମ୍ବଲପୁରରେ ନୂଆଁଖାଇ ପାଳନ କରି ବହୁତ ଖୁସି ଅନୁଭବ କରୁଛି । ସପରିବାର ସ୍ନେହ, ଶ୍ରଦ୍ଧା ଓ ଆତିଥେୟତା ପାଇଁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।

ନୂଆଁଖାଇ ସମସ୍ତଙ୍କ ପାଇଁ ସମ୍ପନ୍ନତା ଓ ସମ୍ଭାବନା ଆଣିଦେବା ସହ ମା’ ସମଲେଇ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସଫଳତା ଆଣିଦିଅନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥନା କରିଛନ୍ତି ।

You Can Read:

ଗଭୀର ସମୁଦ୍ରରେ ଓଲଟିଲା ମାଛଧରା ବୋଟ୍, ଭଗ୍ନାଂଶକୁ ଧରି ଦୁଇ ଦିନ ଭାସି ରହିଲେ ୪ ମତ୍ସ୍ୟଜୀବୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.