ତାଳଚେର ସାର କାରଖାନା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କହିଲେ- ଓଡିଶା ତଥା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ ଏହି କାରଖାନା

Published By : Prameya-News7 Bureau | December 11, 2020 IST

ନୂଆଦିଲ୍ଲୀ/ଭୁବନେଶ୍ଵର ୧୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମନ୍ଦ୍ରେ ପ୍ରଧାନ ଶୁକ୍ରବାର ତାଳଚେର ସାର କାରଖାନା(ଟିଏଫ୍ଏଲ୍) ଦ୍ଵାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। 

ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଏହା ପେଟକୋକ୍ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ । ଏହାସହ ଏହି କାରଖାନା ଓଡିଶା ଏବଂ ପୂର୍ବ ଭାରତର ବିଭିନ୍ନ ଅଂଚଳରେ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବ । 

{"id":376153,"sizeSlug":"large","linkDestination":"none"}

ଉକ୍ତ ବୈଠକରେ ତାଳଚେର ସାର କାରଖାନା ପାଇଁ ଥିବା ଚ୍ୟାଲେ ଏବଂ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପାୟ ଉପରେ ବିଚାର ବିମର୍ଷ କରାଯାଇଛି । ତାଳଚେର ସାର କାରଖାନା ସଫଳତାର ସହ କାର୍ଯୟକ୍ଷମ ହେବା ପରେ ଏହା ଓଡିଶା ତଥା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ । ଏହାସହ ଓଡିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସଙ୍ଗେସଙ୍ଗେ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। 

ଉଲ୍ଲେଖନୀୟ ଯେ, ଏହି ବୈଠକରେ କୋଇଲା ମନ୍ତ୍ରଣାଳୟ, ଅର୍ଥ ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ, ପେଟ୍ରୋଲିୟମ ମନ୍ତ୍ରଣାଳୟ, ସାର ବିଭାଗ ଏବଂ ଏସବିଆଇ ବ୍ୟାଙ୍କର ବରିଷ୍ଠ ଅଫିସରମାନେ ମଧ୍ୟ ସାମିଲ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.