ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ

Published By : Prameya-News7 Bureau | May 29, 2025 IST

ପୁରୀ : ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ । ଗୁରୁବାର ସକାଳୁ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । କୃଷି ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । 

ଶିବରାଜ ସିଂଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ତେବେ ମହାପ୍ରଭୁଙ୍କ ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି । ପୁରୀରୁ ଆରମ୍ଭ ହେବ କେନ୍ଦ୍ର ସରକାରଙ୍କ ବିକଶିତ କୃଷି ସଂକଳ୍ପ ଅଭିଯାନ । ‘ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନ ଅଧୀନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହେବ । ମହାପ୍ରଭୁଙ୍କ ଦର୍ଶନ ପରେ ସାକ୍ଷୀଗୋପାଳ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଭାଗ ନେବେ କେନ୍ଦ୍ର କୃଷିମନ୍ତ୍ରୀ ।

You Can Read:

ତିଆରି ବେଳେ ଘରେ ଭିତରେ ବୋମା ବିସ୍ଫୋରଣ, ପାକିସ୍ତାନୀ ଲିଙ୍କ୍ ଥିବା ସନ୍ଦେହ

 

  • odisha
  • puri news
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.