oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଜୁନ ପହିଲାରୁ ଖୋଲିବ ବିଶ୍ୱବିଦ୍ୟାଳୟ ! କୋଭିଡ୍ ଗାଇଡଲାଇନରେ ହେବ ପାଠପଢା

29/05/2021 at 7:39 AM

ଭୁବନେଶ୍ୱର, ୨୯|୦୫: ପାଠପଢ଼ା ଆରମ୍ଭ ହେବ। ୨୦୨୧ ଏପ୍ରିଲ ୧୬ ରେ ବିଭାଗ ପକ୍ଷରୁ ଜାରି କୋଭିଡ୍ ଗାଇଡଲାଇନ୍ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ। ସେଥିପାଇଁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବ। ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଏନେଇ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲଙ୍କୁ ଚଠି ଲେଖି ଅବଗତ କରାଇଛନ୍ତି। ରାଜ୍ୟରେ କରୋନା ମହାମାରୀ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ , ରାଜ୍ୟ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ତତ୍କାଳ ପ୍ରଭାବରୁ ବନ୍ଦ କରିଦେଇଥିଲେ। ତେବେ ଉଚ୍ଚଶିକ୍ଷା ସଚିବ ଲେଖିଥିବା ଚିଠି ଅନୁସାରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା ହୋଇଥିବା ଗ୍ରୀଷ୍ମ ଛୁଟି ଅବଧି ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି। ଏହି ଗ୍ରୀଷ୍ମ ଛୁଟି ସରିବା ପରେ ଜୁନ୍ ପହିଲାରୁ ପାଠପଢ଼ା ଆରମ୍ଭ ହେବ।

୨୦୨୧ ଏପ୍ରିଲ ୧୬ ରେ ବିଭାଗ ପକ୍ଷରୁ ଜାରି କୋଭିଡ୍ ଗାଇଡଲାଇନ୍ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ। ସେଥିପାଇଁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ମାମଲା ଏବେବି ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ଥିବାବେଳେ ସାପ୍ତାହିକ ସଟଡାଉନ୍ ମଧ୍ୟ ବଳବତ୍ତର ରହିଛି। କିନ୍ତୁ ଏହା ସତ୍ତ୍ବେ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ, କରୋନାର ପ୍ରଥମ ଲହର ପରେ ରାଜ୍ୟରେ କଲେଜ ଓ ବିଶ୍ୱ ବିଦ୍ୟାଳୟ ଖୋଲିଥିଲା । କୋଭିଡ୍ ଗାଇଡଲାଇନରେ ବିଶ୍ୱ ବିଦ୍ୟାଳୟ ଖୋଲିଥିଲେ ବି ଅଫଲାଇନ୍ ପରୀକ୍ଷାକୁ ଛାତ୍ରଛାତ୍ରୀମାନେ ବିରୋଧ କରିଥିଲେ । ତେବେ କରୋନା ସ୍ଥିତି ବିଗିଡିବା ପରେ ବିଶ୍ୱ ବିଦ୍ୟାଳୟରେ ଅଫଲାଇନ୍ ପାଠପଢା ବନ୍ଦ କରାଯାଇଥିଲା ।

   Related Posts