ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | August 15, 2020 IST

ବ୍ରହ୍ମପୁର ୧୫।୮: ବେଳାଭୂମୀରୁ ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅଧୀନ ସୋନପୁର ବେଳାଭୂମୀରୁ ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ଏବଂ ତାହା କିଭଳି ସମୁଦ୍ର ତଟରେ ପଡିଲା ତାହାର ତଦନ୍ତ କରୁଛି ପୋଲିସ । ତେବେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.