ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ମିଳିନି ପରିଚୟ

Published By : Prameya-News7 Bureau | October 01, 2021 IST

କରଞ୍ଜିଆ ୧।୧୦: ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଗଡ ତଳସାହି ନିକଟ ଭଣ୍ଡନ ନଦୀରେ ଭାସୁଛି ମୃତଦେହ । ଘଟଣାସ୍ଥଳରେ ଯଶୀପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଗଡ ତଳସାହି ନିକଟ ଭଣ୍ଡନ ନଦୀରେ ଭାସୁଛି ମୃତଦେହ । ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଯଶୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.