ନାଳରେ ଭାସୁଛି ଅଚିହ୍ନା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
1/09/2020 at 9:17 AM

ସୁନ୍ଦରଗଡ ୧।୯: ନାଳରେ ଭାସୁଛି ଅଚିହ୍ନା ଯୁବକଙ୍କ ମୃତଦେହ । ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ବାଣ୍ଠୁପଡା ଜରୁମାଲ ନାଳରେ ଭାସୁଛି ମୃତଦେହ ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ବାଣ୍ଠୁପଡା ଜରୁମାଲ ନାଳରେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ମୃତଦେହ ଦେଖିବା ପରେ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଭାସୁଥିବା ମୃତଦେହକୁ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି ।

ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।