ଭୁବନେଶ୍ୱର ୧୦।୦୨ : ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ । ଚେନ୍ନାଇ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଛନ୍ତି ଭି. ସୁଜ୍ଞାନ କୁମାରୀ ଦେଓ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟକ ଭାବେ ହୋଇଥିଲା ନିର୍ବାଚିତ । ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ରାଜନୀତି ଜଗତରେ ଖେଳିଯାଇଛି ଶୋକର ଛାୟା ।
wp:embed {"url":"https://www.prameyanews7.com/chief-minister-naveen-patnaik-visit-chennai/","type":"wp-embed","providerNameSlug":"prameya-news-7"} /wp:embedଖବର ଅନୁଯାୟୀ, ଗତ କିଛି ଧରି ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ଦେହ ଅସୁସ୍ଥ ଥିଲା । ଯେଉଁଥି ଲାଗି ତାଙ୍କୁ ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଲଗାତର ଭାବେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇଥିଲା । ପୂର୍ବତନ ବିଧାୟିକାଙ୍କ ସ୍ୱାସ୍ଥ୍ୟ ବିଷୟରେ ଖବର ପାଇ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ଗସ୍ତ କରିଥିଲେ । ତାଙ୍କ ସହିତ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଗସ୍ତ କରିଥିଲେ । ହେଲେ ବିଳମ୍ବିତ ରାତିରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି ।
ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଥିଲେ ଭି. ସୁଜ୍ଞାନ କୁମାରୀ ଦେଓ । ୧୯୩୭ ମସିହା ଅଗଷ୍ଟ ୫ରେ ଗଞ୍ଜାମରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ । ୧୯୬୧ ରୁ ୨୦୧୪ ଯାଏଁ ଓଡିଶା ବିଧାନସଭାକୁ ବିଧାୟିକା ଭାବେ ହୋଇଥିଲେ ନିର୍ବାଚିତ । ସେ ଖଲ୍ଲିକୋଟ ଏବଂ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ ଥର ବିଧାୟିକା ଥିଲେ । ୩୦ ବର୍ଷ ବୟସରେ ପ୍ରଥମ ଥର ପାଇଁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ୫୦ ବର୍ଷରୁ ଅଧିକ ସମୟ ଯାଏଁ ଓଡିଶା ରାଜନୀତିରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ ଭି. ସୁଜ୍ଞାନ କୁମାରୀ ଦେଓ । ବିଧାୟକ ସମୟରେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ଭାବେ ରହିଆସିଥିଲେ। ହେଲେ କେବେ କୌଣସି ମନ୍ତ୍ରୀ ଭାବେ ଦାୟିତ୍ୱ ନେଇନଥିଲେ ।
wp:embed {"url":"https://www.prameyanews7.com/virat-kohli-is-the-best-batsman-in-the-world/","type":"wp-embed","providerNameSlug":"prameya-news-7"} /wp:embed