ଭୁବନେଶ୍ବର ୫।୧୨: ବିଶ୍ଵବିଦ୍ୟାଳୟରେ ପ୍ରାଧ୍ୟାପକ ମରୁଡ଼ି । ଖାଲି ପଡିଛି ୧୪୩୦ ପଦବୀ । ଏଥିରୁ ୨୬୧ ପ୍ରାଧ୍ୟାପକ, ୪୫୯ ସହଯୋଗୀ ପ୍ରାଧ୍ୟାପକ ଓ ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଖାଲି ପଡିଛି । ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।

ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ୧୪ଟି ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ୬ଟି ବିଶ୍ୱବିଦ୍ୟାଳୟର ଆଶାୟୀ କୁଳପତି ମାନଙ୍କ ସାକ୍ଷାତକାର କାର୍ଯ୍ୟକ୍ରମ ବି ସରିଛି ।

ସେପଟେ ସରକାରୀ ମହାବିଦ୍ୟାଳୟରେ ୫୬୬ ଅଧ୍ୟାପକ ପଦବୀ ଖାଲି ପଡିଛି । ୩୮୫ ପଦବୀ ପାଇଁ OPSC ବିଜ୍ଞାପନ ଜାରି କରିଥିଲେ । ତାହାର ଚୟନ ପ୍ରକ୍ରିୟା ଜାରି ଅଛି । ୩୦୪ ଅଧ୍ୟାପକ ପଦବୀ ପୂରଣ ପାଇଁ OPSCକୁ ଅନୁରୋଧ କରିଛନ୍ତି । ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ କଲେଜ ଗୁଡିକରେ ୧୬୮୯ ଅଧ୍ୟାପକ ପଦବୀ ଖାଲି ପଡିଛି । ୩୦୦ ଅଧ୍ୟାପକ ଡେପୁଟେସନ ଆକାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ କାମ କରୁଛନ୍ତି ।

କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।