ଉଦଳା ୨୩।୧୧ : ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟା ଭାରତୀ ପଣ୍ଡାଙ୍କ ବିରୋଧରେ ବଡ଼ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଚାକିରିରୁ ନିଲମ୍ବିତ ହେଲେ ବିଦ୍ୟା ଭାରତୀ ପଣ୍ଡା। ପ୍ରାଣୀ ସମ୍ପଦ ବିଭାଗର ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ତାଙ୍କୁ ନିଲମ୍ବନ କରିଛନ୍ତି।

ପାରଳାଖେମୁଣ୍ଡି ଥାନା ଆଇଆଇସି ଏବଂ ଏସଡିଜେଏମ୍ କୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଚିଠି ଆଧାରରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାରେ ତାଙ୍କ ପତ୍ନୀ ବିଦ୍ୟା ଭାରତୀ ପଣ୍ଡାଙ୍କ ବିରୋଧରେ ଏହା ହେଉଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ।

Also Read:-Bidya Bharati plea: ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ; ବ୍ୟକ୍ତିଗତ ହାଜରରୁ ଛାଡ଼ ଆବେଦନ ଖାରଜ, କୋର୍ଟରେ ହାଜର ନିର୍ଦ୍ଦେଶ

ଗତ ୨ ତାରିଖରେ ବିଦ୍ୟା ଭାରତୀ ପଣ୍ଡା ପାରଳାଖେମୁଣ୍ଡି ଏସଡିଜେଏମ୍ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏହାପରେ କୋର୍ଟଙ୍କ ନିର୍ଦ୍ଦେଶରେ ସେ ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଦୀର୍ଘଦିନ ପରେ ବିଦ୍ୟା ଭାରତୀଙ୍କ ଗିରଫଦାରୀ ପରେ ଏବେ ତାଙ୍କ ବିରୋଧରେ ଚାକିରିରୁ ନିଲମ୍ବନ ଭଳି ପଦକ୍ଷେପ ନିଆଯାଇଛି। ଏହି ଘଟଣାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି।

ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ ସୌମ୍ୟରଞ୍ଜନ। ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିବା ପରେ ମାମଲାରେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା, ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟାଙ୍କ ନାଁ ଆସିଥିଲା। ମାମଲାରେ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗରେ ଆଇନଗତ ପ୍ରକ୍ରିୟା ଚାଲିଛି।