ବନ ବିଭାଗ ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍, ଭୁବନେଶ୍ୱର ସମେତ ୬ଟି ସ୍ଥାନରେ ଚଢାଉ

Published By : Prameya-News7 Bureau | July 25, 2025 IST

ଜୟପୁର ୨୫/୦୭: ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁର ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍ । ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ । ଭୁବନେଶ୍ୱର ସମେତ ଜୟପୁରର ଓ ଅନ୍ୟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି । 

ବାବୁଙ୍କ ଘରେ ପୁଳା ପୁଳା ଟଙ୍କା । ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରୁ ମିଳିଛି ନଗଦ ଦେଢ କୋଟି। ଅଧ କେଜିର ସୁନା, କେଜିଏରୁ ଅଧିକ ରୁପା ମିଳିଲାଣି ଡେପୁଟି ରେଞ୍ଜରଙ୍କ ଘରୁ। ଜୟପୁରର ପୈତୃକ ଘର, ଆପାର୍ଟମେଂଟରେ ଥିବା ୨ଟି ଫ୍ଲାଟ, ସମ୍ବାର ଟୋଟାରେ ଥିବା ଶ୍ବଶୁର ଘର, ଭୁବନେଶ୍ବରରେ ଥିବା ଭାଈ ଘର ସମେତ ତାଙ୍କ ଅଫିସରେ ରେଡ କରିଛନ୍ତି ଅଧିକାରୀ। ଚଢାଉରେ ଭିଜିଲାନ୍ସର ୬ଡିଏସପି, ୫ଇନ୍ସପେକ୍ଟର, ୯ଏଏସଆଇ ଏବଂ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି। ଚଢାଉ ଜାରି ରହିଥିବା ବେଳେ ଏଯାବତ୍‌ ଭିଜିଲାନ୍ସ ସାଢେ ୩ଲକ୍ଷ ନଗଦ ଟଙ୍କା ଜବତ କରିଛି ।  


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.