ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୫ଟି ସ୍ଥାନରେ ଚାଲିଛି ଚଢାଉ
13/09/2023 at 8:38 AM

ବାରିପଦା ୧୩।୦୯: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ବାରିପଦା ପିଏସ୍ ଡିଭିଜନର ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଏକାକାଳୀନ ଅନେକ ସ୍ଥାନରେ ଚାଲିଛି ଚଢାଉ ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ପିଏଚ୍ ଡିଭିଜିନର ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି । ବନେଶ୍ୱର ନାୟକଙ୍କ ୫ଟି ଠିକଣାରେ ଚାଲିଛି ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନମାନଙ୍କ ମଧ୍ୟରେ ଘର , ଅଫିସ ଓ ସଂପର୍କୀୟଙ୍କ ଘର ରହିଛି ।
ସେହିପରି ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସ୍ପି, ୩ ଜଣ ଡିଏସ୍ପି, ୭ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ମିଳିନାହିଁ । ତେବେ ଚଢାଉ ଶେଷ ପରେ ସବିଶେଷ ତଥ୍ୟ ଭିଜିଲାନ୍ସ ପକ୍ଷରୁ ଦିଆଯିବ ବୋଲି ସୂଚନା ମିଳିଛି ।