ଭୁବନେଶ୍ୱର ୨୩।୦୭ : ଭିଜିଲାନ୍ସ ଜାଲରେ ବିଏମ୍ସି ଅଧିକାରୀ । ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମହାନଗର ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଏକାସାଙ୍ଗେ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଏକାସାଙ୍ଗେ ଚାଲିଛି ୪ଟି ସ୍ଥାନରେ ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନମାନଙ୍କ ମଧ୍ୟରେ ଭୁବନେଶ୍ୱର, ଖୋର୍ଦ୍ଧା, ରାୟଗଡ଼ାରେ ଥିବା ଘର ଓ ଅଫିସ ରହିଛି । ଏହି ଚଢାଉରେ ୬ଜଣ ଡିଏସ୍ପି, ୧୦ ଜଣ ଇନ୍ସିପେକ୍ଟରଙ୍କ ସହ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି ।
ଭିଜିଲାନ୍ସ ଟିମ୍ ଜଗନ୍ନାଥ ପଟ୍ଟନାୟକଙ୍କ ଭୁବନେଶ୍ୱର ବଡ଼ଗଡ଼ସ୍ଥିତ ଏକ ତିନି ମହଲା ଘର, ଖୋର୍ଦ୍ଧା ବାଲିଅନ୍ତାସ୍ଥିତ ଏକ ଫାର୍ମ ହାଉସ୍, ରାୟଗଡ଼ାର ଗୁଣୁପୁର ସ୍ଥିତ ପୈତୃକ ଘର ଏବଂ ଭୁବନେଶ୍ୱରର ବିଏମସିରେ ଥିବା ତାଙ୍କ ଅଫିସ୍ ରୁମ୍ରେ ଚଢାଉ କରିଛି ।