ଢେଙ୍କାନାଳ ୧୬।୦୪ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି । ଏକାସାଙ୍ଗେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଚଢାଉ ହୋଇଛି । ଚଢାଉ ହେଉଥିବା ୯ଟି ସ୍ଥାନ ମଧ୍ୟରେ ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହ ସ୍ଥିତ ପୈତୃକ ଘର ଓ ଗଂଦିଆରେ ଚାଲିଛି ରେଡ୍। ଏହାସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଅଧିକ ତଦନ୍ତ ପାଇଁ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କୁ ଢେଙ୍କାନାଳରୁ ଆଠମଲ୍ଲିକ ନେଇଛି ଭିଜିଲାନ୍ସ ଟିମ୍ ।