ପୌର ଉପ-କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ୪ଟି ସ୍ଥାନରେ ଚାଲିଛି ଚଢାଉ
28/12/2022 at 8:20 AM

କଳାହାଣ୍ଡି ୨୮।୧୨ : ଭିଜିଲାନ୍ସ ଜାଲରେ ପୌର ଉପ-କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ଉପ-କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଛି । ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ପୌର ଉପ- କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ । ଏହି ସ୍ଥାନମାନଙ୍କ ମଧ୍ୟରେ ଅଫିସର, ବାସଭବନ, ଭଡ଼ାଘର ଓ ସଂପର୍କୀୟଙ୍କ ଘର ରହିଛି ।
ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ । କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସକୁ ମିଳିଥିବା ସୂଚନା ।
Related Posts
ହାତୀ ମୃତଦେହ ମିଳିବା ଘଟଣା, ୪ ଶିକାରୀ ଗିରଫ
29 January 2023